
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨୮୭୩ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ଘଟିଛି । କଳାହାଣ୍ଡି ଓ କଟକ ଜିଲ୍ଲାରେ ୪ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେହିପରି ବୌଦ୍ଧ, ଝାରସୁଗୁଡ଼ା ଓ ଖୋର୍ଦ୍ଧାରେ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ।ଅପର ପକ୍ଷରେ ରାୟଗଡ଼ା, ନବରଙ୍ଗପୁର, କେନ୍ଦ୍ରାପଡ଼ା, ଗଜପତି, ଦେବଗଡ଼, ବଲାଙ୍ଗୀର, ବାଲେଶ୍ୱର ଓ ଅନୁଗୁଳ ଜିଲ୍ଲାରେ ୨ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ବରଗଡ଼, ଭଦ୍ରକ, ଗଂଜାମ, ପୁରୀରେ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO