
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ସାହିତ୍ୟିକା ମିନାକ୍ଷୀ ଦେବୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ବିଶିଷ୍ଟ ସାହିତ୍ୟିକା ମିନାକ୍ଷୀ ଦେବୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିବା ଦିଗରେ ନିଜର ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।
ବିଶିଷ୍ଟ ସାହିତ୍ୟିକା ମିନାକ୍ଷୀ ଦେବୀଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶିଷ୍ଟ ସାହିତ୍ୟିକା ମିନାକ୍ଷୀ ଦେବୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ -ବିଶିଷ୍ଟ ଗୀତିକବି, ଶିଶୁ ସାହିତ୍ୟିକା, ଗାଳ୍ପିକା ମୀନାକ୍ଷୀ ଦେବୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସାହିତ୍ୟର ବିଭିନ୍ନ ବିଭାଗରେ ଲେଖନୀ ଚାଳନା କରି ଓଡ଼ିଆ ସାହିତ୍ୟକୁ ଋଦ୍ଧିମନ୍ତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।