ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୩୯ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨,୯୧୨ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଅନୁଗୁଳ, ଝାରସୁଗୁଡ଼ା ଓ କଳାହାଣ୍ଡି, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୩ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଥିବାବେଳେ ବୌଦ୍ଧ, କଟକ, ଦେବଗଡ଼, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ସଂକ୍ରମିତ ଆଖି ବୁଜିଛନ୍ତି । ସେହିପରି ବଲାଙ୍ଗିର, ଢେଙ୍କାନାଳ ଓ ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।