
ଭୋପାଳ ,ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୮୪୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୦ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୪,୧୮୬ହୋଇ ଯାଇଛି । ବର୍ତମାନ ସୁଦ୍ଧା ୭,୯୫୯ ଜଣଙ୍କର ମୃତ୍ୟୁ ଘଟିଛି ।
ଆସାମରେ କରୋନାର ୪,୭୯୦ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୪,୭୯୦ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୫୦,୫୩୪ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଝାରଖଣ୍ଡରେ କରୋନାର ୪୨୭ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୪୨୭ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୩୭ ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO