
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୦ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୨,୯୫୨ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଉି ଜିଲ୍ଲାରୁ ସର୍ବାଧିକ ୬ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ୪ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳ, ବୌଦ୍ଧ, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ୩ ଲେଖାଏଁ ମୃତ୍ୟୁବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ସେହିପରି, ବରଗଡ଼, ବଲାଙ୍ଗିର ଓ ଦେବଗଡ଼ରୁ ୨ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଥିବାବଳେ ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁୂବରଣ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO