
ଗଞ୍ଜାମ, ଗଞ୍ଜାମ ଜିଲ୍ଲାରେ ଗତ ୨୪ ଘଂଟା ମଧ୍ୟରେ ନୂଆ ୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି । ଗତକାଲି ଜିଲ୍ଲାରେ ୧୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲ୍ଲା ପ୍ରଶାସନ ସୂତ୍ରରୁ ଜଣାପଡିଛି । ସେହିପରି ଗତକାଲି ଆଉ ଦୁଇ ଆକ୍ରାନ୍ତଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି । ମୃତକ ଦ୍ୱୟ ହେଲେ ଜଣେ ୫୪ ବର୍ଷିୟା ବୃଦ୍ଧା ଓ ଅନ୍ୟ ଜଣେ ୫୧ ବର୍ଷିୟ ବୃଦ୍ଧ । ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି । ଜିଲ୍ଲାରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୨ ରେ ପହଂଚିଛି ।