
ଭୁବନେଶ୍ୱର – ବିଜେପୁର ଉପନିର୍ବାଚନ ଲାଗି ସୋମବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ମତଦାତାମାନେ ଶାନ୍ତିଶୃଙ୍ଖଳାର ସହ ଲମ୍ବା ଲାଇନରେ ଛିଡ଼ା ହୋଇ ମତାଧିକାର ସାବ୍ୟସ୍ତ କରୁଛନ୍ତି । ଦିନ ଗୋଟାଏ ସୁଦ୍ଧା ୩୭.୧୦% ମତଦାନ ହୋଇଛି । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ଅନୁଯାୟୀ ସକାଳ ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଥିଲା ବେଳେ ଦିନ୧୧ଟା ସୁଦ୍ଧା ୨୫.୭% ମତଦାନ ହୋଇଥିଲା । ସୂଚନାଯୋଗ୍ୟ ଯେ ବିଜେପୁରରେ ମୋଟ ୨୮୫ଟି ବୁଥରେ ଭୋଟ୍ ଗ୍ରହଣ କରାଯାଉଛି । ମୋଟ ୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ୨ଲକ୍ଷ ୩୨ହଜାର ୨୬୪ଜଣ ଭୋଟର । ୧୨୯ ଟି ବୁଥକୁ ସମ୍ବଦେନଶୀଳ ଚିହ୍ନଟ କରାଯାଇଛି ଥିବା ବେଳେ ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ମୋଟ ୧୮୯୫ଜଣ କର୍ମ·ରୀଙ୍କୁ ଭୋଟ ଗ୍ରହଣ କେନ୍ଦ୍ରରେ ନିୟୋଜିତ କରାଯାଇଛି । ନିର୍ବାଚନମଣ୍ଡଳୀରେ ୬ଟି ବୁଥ୍ ନrଲ ପ୍ରବଣ ଅଂଚଳରେ ହୋଇଥିବାବେଳେ ୧୪ଟି ବୁଥରେ ସିସିଟିଭି, ୧୬ଟି ବୁଥରେ ଭିଡିଓଗ୍ରାଫି ଓ ୨୮ଟି ବୁଥରେ ୱେବକାଷ୍ଟିଙ୍ଗ୍ ବ୍ୟବସ୍ଥା କରାଯାଇଛି । ସେଠାରେ ସୁରକ୍ଷା କଡ଼ାକଡ଼ି କରାଯାଇଛି । ୩୩ ପ୍ଲାଟୁନ୍ ଫୋର୍ସ ସହ ୫ କମ୍ପାନୀ ସିଆରପିଏଫ୍ ଓ ବରିÂ ପୋଲିସ୍ ଅଧିକାରୀ ନିୟୋଜିତ ହୋଇଛନ୍ତି । ବିଜେପୁରରେ ଏଥର ୧୧ଟି ଆଦର୍ଶ ବୁଥ କରାଯାଇଛି । ଏହାସହ ଦିବ୍ୟାଙ୍ଗମାନଙ୍କ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି ।
ବିଜେପୁରରେ ମୁଖ୍ୟତଃ ବିଜେପି, ବିଜେଡି ଏବଂ କଂଗ୍ରେସ ମଧ୍ୟରେ ଏହି ଲଢେଇ ହେଉଛି । ଶାନ୍ତିଶୃଙ୍ଖଳା ସହିତ ସୁରୁଖୁରୁରେ ଭୋଟ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବନେ୍ଦାବସ୍ତ କରାଯାଇଛି ।