ଅଟଳ ବିହାରୀ ପଣ୍ଡାଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ଭୁବନେଶ୍ୱର, ଲୋକପ୍ରିୟ ଅଭିନେତା ତଥା ନାଟ୍ୟକାର ଅଟଳ ବିହାରୀ ପଣ୍ଡାଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଶା ବିଶେଷ ଭାବରେ ପଶ୍ଚିମ ଓଡ଼ିଶାର ବର୍ଷିଆନ କଳାକାର ଅଟଳବିହାରୀ ପଣ୍ଡାଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ପ୍ରସିଦ୍ଧିଲାଭ କରିଥିବା ଅନେକ ସମ୍ବଲପୁରୀ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରି ସେ ଦର୍ଶକୀୟ ଆଦୃତ ଲାଭ କରିଥିଲେ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।