
ଭୁବନେଶ୍ୱର,ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୧୫ ଦିନ ଭିତରେ ଗଠନ ବିଶେଷଜ୍ଞ କମିଟି ହେବ । ସିବିଏସଇ ପଲିସିକୁ ଅନୁଧ୍ୟାନ କରି କମିଟି ସଦସ୍ୟମାନେ ତର୍ଜମା କରିବେ । ଏହା ପରେ ନିଷ୍ପତି ହେବ ଯେ କେଉଁ ଆଧାରରେ ମାର୍କ ଦିଆଯିବ ଓ ଫଳ ପ୍ରକାଶ କରାଯିବ । ଯୁକ୍ତ ୨ ପରୀକ୍ଷା ବାତିଲ ପରେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ – ସିବିଏସଇ ଓ ଆଇସିଏସଇ ରେଜଲ୍ଟ ଯେଉଁ ସମୟରେ ବାହାରିବ, ସେହି ସମୟରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ । ରାଜ୍ୟର ଛାତ୍ରଛାତ୍ରୀ ଯେମିତି ଅସୁବିଧାର ସମ୍ମୁଖୀନ ନହୁଅନ୍ତି ସେନେଇ ଗୁରୁତ୍ୱ ଦିଆଯାଉଛି ବୋଲି ସେ କହିଛନ୍ତି ।