ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୭୦୦୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୩୦୯୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୭୩୨୦୧୮ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୭୮୦୩୧ ରହିଛି । ଆଜି ଚିହ୍ନଟ ହୋଇଥିବା ୭୦୦୨ ଜଣଙ୍କ ମଧ୍ୟରୁ ୩୯୨୧ ଜଣ ସଂଗରୋଧରୁ ହୋଇଥିବା ବେଳେ ୩୦୮୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରେ ସବୁଠାରୁ ଅଧିକ ୧୦୬୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୮୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୩୧ ଜଣ, ବରଗଡ଼ରୁ ୧୧୭ ଜଣ, ଭଦ୍ରକରୁ ୨୬୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୮୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୧୩୪ , କଟକରୁ ୭୭୧ ଜଣ, ଦେବଗଡ ଜିଲ୍ଲାରୁ ୬୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦୬ ଜଣ, ଗଜପତି ଜିଲ୍ଲାରୁ ୪୮ , ଗଞ୍ଜାମରୁ ୭୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୩୨ ଜଣ, ଯାଜପୁରରୁ ୪୮୬ ଜଣ, ଝାରସୁଗୁଡ଼ାରୁ ୯୭ ଜଣ, କଳାହାଣ୍ଡିରୁ ୧୦୩ ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ. କେନ୍ଦ୍ରାପଡ଼ାରୁ ୧୮୮ ଜଣ, କେନ୍ଦୁଝରରୁ ୧୪୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୧୧୬୭ ଜଣ, କୋରାପୁଟରୁ ୧୫୮ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୯୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୩୭୦ ଜଣ, ନବରଙ୍ଗପୁରରୁ ୧୯୮ ଜଣ, ନୟାଗଡ଼ରୁ ୧୯୬ ଜଣ, ନୂଆପଡ଼ାରୁ ୨୮ ଜଣ, ପୁରୀରୁ ୩୦୬ ଜଣ, ରାୟଗଡ଼ାରୁ ୨୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୦୭ ଜଣ, ସୋନପୁରରୁ ୫୯ ଜଣ, ସୁନ୍ଦରଗଡ଼ରୁ ୨୪୩ ଜଣ ଓ ଷ୍ଟେଟ୍ ପୁଲରୁ ୨୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।