ଆଜି ଚିହ୍ନଟ ହୋଇଥିବା ୬୧୧୮ ଜଣଙ୍କ ମଧ୍ୟରୁ ୩୪୫୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୬୬୫ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାରେ ସବୁଠାରୁ ଅଧିକ ୬୪୦ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୯୫ ଜଣ, ବରଗଡ଼ରୁ ୧୬୪ ଜଣ, ଭଦ୍ରକରୁ ୨୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୮୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୧୧୨ , କଟକରୁ ୬୪୦ ଜଣ, ଦେବଗଡ ଜିଲ୍ଲାରୁ ୨୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨୩ ଜଣ, ଗଜପତି ଜିଲ୍ଲାରୁ ୩୦ , ଗଞ୍ଜାମରୁ ୯୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୧୮ ଜଣ, ଯାଜପୁରରୁ ୫୬୩ ଜଣ, ଝାରସୁଗୁଡ଼ାରୁ ୮୬ ଜଣ, କଳାହାଣ୍ଡିରୁ ୮୦ ଜଣ, କନ୍ଧମାଳ ଜିଲ୍ଲାରୁ ୧୪୩ ଜଣ. କେନ୍ଦ୍ରାପଡ଼ାରୁ ୨୨୭ ଜଣ, କେନ୍ଦୁଝରରୁ ୧୫୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୪୯୫ ଜଣ, କୋରାପୁଟରୁ ୧୮୦ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୦୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୩୫୨ ଜଣ, ନବରଙ୍ଗପୁରରୁ ୧୬୬ ଜଣ, ନୟାଗଡ଼ରୁ ୧୬୧ ଜଣ, ନୂଆପଡ଼ାରୁ ୩୬ ଜଣ, ପୁରୀରୁ ୩୯୮ ଜଣ, ରାୟଗଡ଼ାରୁ ୧୦୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୦୩ ଜଣ, ସୋନପୁରରୁ ୫୨ ଜଣ, ସୁନ୍ଦରଗଡ଼ରୁ ୨୭୨ ଜଣ ଓ ଷ୍ଟେଟ୍ ପୁଲରୁ ୧୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।