ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୭୩୫ କରୋନାର ନୂଆ ମାମଲା, ୪୨ ମୃତ
ଭୋପାଳ , ମଧ୍ୟପ୍ରଦେଶରେ ଗତ ୨୪ ଘଂଟାରେ ୭୩୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୨ ଜଣଙ୍କର ମୃତ୍ୟୁ ଘଟିଛି । ମଧ୍ୟ ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୦,୧୦୩ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୮,୩୩୭ଜଣଙ୍କର ମୃତ୍ୟୁ ଘଟିଛି ।
ଆସାମରେ କରୋନାର ୨,୨୨୮ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୨,୨୨୮ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୪୯,୫୧୮ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଝାରଖଣ୍ଡରେ କରୋନାର ୨୯୩ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୨୯୩ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫,୬୮୬ ହୋଇଛି ।