ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୮,୯୭୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୨୩,୪୨୬ ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୧୨,୨୦୯ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୧୨,୨୦୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୨୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୫୪,୫୦୫ହୋଇଛି ।
ଉତର ପ୍ରଦେଶରେ ୧,୧୬୫ କରୋନା ନୂଆ ମାମଲା
ଲକ୍ଷ୍ନୌ , ଉତର ପ୍ରଦେଶରେ ଗତ ୨୪ ଘଂଟାରେ ୧,୧୬୫ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ଉତର ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୭,୯୨୮ ସକ୍ରିୟ ମାମଲା ରହିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୩୮୧ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୮୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬୦ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୮୮୯ ହୋଇ ଯାଇଛି ।