
ଭଦ୍ରକ, ଭଦ୍ରକ ଜିଲ୍ଲାରେ ଗତ ୨୪ ଘଂଟା ମଧ୍ୟରେ ନୂଆ ୩୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା କରାଯାଉଛି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୫୯୩ କୁ ବୃଦ୍ଧି ପାଇଛି ।
ଗତକାଲି ସୁଦ୍ଧା ଭଦ୍ରକ ଜିଲ୍ଲାରେ ମୋଟ୍ ୪ ଲକ୍ଷ ୧୧ ହଜାର ୩୫୯ ଜଣଙ୍କ ନମୂନା ପରୀକ୍ଷା ପରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୮, ୨୨୩ ରେ ପହଂଚିଛି । ସେମାନଙ୍କ ମଧ୍ୟରୁ ଅଦ୍ୟାବଧି ୧୫ ହଜାର ୭୩୩ ଜଣ ସୁସ୍ଥ ହୋଇଛନ୍ତି । ଗତକାଲି ନୂତନ ଆକ୍ରାନ୍ତ ଆଉ ୨୨୮ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୬ ଜଣ ସୁସ୍ଥ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନେ ସମସ୍ତେ ଲୋକାଲ୍ କଂଟାକ୍ଟ । ଏହି ପରିସଂଖ୍ୟାନ ପରେ ଏବେ ଜିଲ୍ଲାରେ ମୋଟ୍ ୨୪୫୬ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଅନ୍ୟ ଜିଲ୍ଲାର ୭ ଜଣ ଏବଂ ଭଦ୍ରକ ଜିଲ୍ଲାର ୧୭ ଜଣ ଜିଲ୍ଲାରେ ବାହାରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪ ରହିଥିବା ଜିଲ୍ଲା ପ୍ରଶାସନ ସୂତ୍ରରୁ ପ୍ରକାଶ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO