ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୮,୭୩,୪୮୫ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୩୬,୮୨,୦୭,୫୯୬ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
କରୋନାରେ ଦେଶରେ ଗତ ୨୪ ଘଂଟାରେ ୮୬,୪୯୮ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୮୬,୪୯୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨୧୨୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୯,୯୬,୪୭୩ ପହଂଚିଛି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୩,୦୩,୭୦୨ ଥିବା ବେଳେ ବର୍ତମାନ ସୁଦ୍ଧା ୩,୫୧,୩୦୯ ଜଣ ମୃତ୍ୟୁ ବରଣ କରିଛନ୍ତି ।