
ଭୁବନେଶ୍ୱର,ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୦୮୦ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି ି ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି । ସେହିପରି କଟକ ଓ କଳାହାଣ୍ଡିରୁ ୫ ଲେଖାଏଁ, ଅନୁଗୁଳ, ଢେଙ୍କାନାଳ ଓ ସୁନ୍ଦରଗଡ଼ରୁ ୪ ଲେଖାଏଁ ରୋଗୀଙ୍କ ମୃତ୍ୟୁ ଘଟିଛି । ଅନ୍ୟପକ୍ଷେ ବୌଦ୍ଧ, ଝାରସୁଗୁଡ଼ାରୁ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବରଗଡ଼, ରାୟଗଡ଼ାରୁ ୨ ଲେଖାଏଁ; ବାଲେଶ୍ୱର, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମାଲକାନଗିରି, ମୟୂରଭଞ୍ଜ ଓ ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଥିବା ଜଣା ପଡିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO