ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୧୨୩ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଅନୁଗୁଳ, କଟକ, ଝାରସୁଗୁଡ଼ା, ସୁନ୍ଦରଗଡ଼ରୁ ୪ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ବରଗଡ଼, ବଲାଙ୍ଗିର, ବୌଦ୍ଧରୁ ୩ ଜଣ ଲେଖାଏଁ ରୋଗୀଙ୍କ ମୃତ୍ୟୁ ଘଟିଛି । ସେହିପରି ଗଂଜାମ, ମୟୂରଭଂଜ, ପୁରୀରୁ ୨ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା, କୋରାପୁଟ, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ଘଟିଛି ।