ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୬୦୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୧୧୨୯ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୭୫୬୬୪୧ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୭୧୩୧୨ ରହିଛି । ଆଜି ଚିହ୍ନଟ ହୋଇଥିବା ୬୦୧୯ ଜଣଙ୍କ ମଧ୍ୟରୁ ୩୩୯୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୬୨୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୭୯୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୩୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮୬ ଜଣ, ବରଗଡ଼ରୁ ୧୨୨ ଜଣ, ଭଦ୍ରକରୁ ୨୬୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୬୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୭୯ , କଟକରୁ ୫୩୧ ଜଣ, ଦେବଗଡ ଜିଲ୍ଲାରୁ ୨୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୯୧ ଜଣ, ଗଜପତି ଜିଲ୍ଲାରୁ ୩୪ , ଗଞ୍ଜାମରୁ ୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୯୬ ଜଣ, ଯାଜପୁରରୁ ୪୦୬ ଜଣ, ଝାରସୁଗୁଡ଼ାରୁ ୪୧ ଜଣ, କଳାହାଣ୍ଡିରୁ ୭୦ ଜଣ, କନ୍ଧମାଳ ଜିଲ୍ଲାରୁ ୭୬ ଜଣ. କେନ୍ଦ୍ରାପଡ଼ାରୁ ୨୧୮ ଜଣ, କେନ୍ଦୁଝରରୁ ୧୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୭୯୬ ଜଣ, କୋରାପୁଟରୁ ୧୪୨ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୮୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୩୩୩ ଜଣ, ନବରଙ୍ଗପୁରରୁ ୧୫୧ ଜଣ, ନୟାଗଡ଼ରୁ ୧୯୧ ଜଣ, ନୂଆପଡ଼ାରୁ ୨୩ ଜଣ, ପୁରୀରୁ ୩୨୪ ଜଣ, ରାୟଗଡ଼ାରୁ ୧୦୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୩୧ ଜଣ, ସୋନପୁରରୁ ୬୫ ଜଣ, ସୁନ୍ଦରଗଡ଼ରୁ ୨୮୩ ଜଣ ଓ ଷ୍ଟେଟ୍ ପୁଲରୁ ୧୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।