-
25 କୋଟି ଡୋଜ୍ କୋଭିଶିଲ୍ଡ ଓ 19 କୋଟି ଡୋଜ୍ କୋଭାକ୍ସିନ୍ କିଣାଯିବ

ନୂଆଦିଲ୍ଲୀ, ଭାରତ ସରକାର ପ୍ରଭାବୀ ଟିକାକରଣ ଅଭିଯାନ ନିମନ୍ତେ ‘ସମ୍ପୂର୍ଣ୍ଣ ସରକାର’ ଦୃଷ୍ଟିକୋଣ ସହିତ ଚଳିତ ବର୍ଷ ଜାନୁଆରୀ 16 ତାରିଖ ଠାରୁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ପ୍ରଦେଶ ସରକାରଙ୍କ ପ୍ରୟାସରେ ସହାୟତା କରି ଆସୁଛନ୍ତି। କେନ୍ଦ୍ର ସରକାରଙ୍କୁ ମିଳିଥିବା ବିଭିନ୍ନ ପ୍ରସ୍ତାବଗୁଡ଼ିକର ଆଧାରରେ ଭାରତ ସରକାର ଟିକାକରଣ ନୀତିକୁ ଉଦାରୀକରଣ କରିଥିଲେ। ଏହି ଉଦାର ନୀତି ଅନୁଯାୟୀ, 1 ମଇ, 2021 ଠାରୁ ଦେଶରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଥିଲା। ଏଥିରେ 18 ବର୍ଷରୁ ଊର୍ଦ୍ଧ୍ବ ବୟସ୍କଙ୍କ ଟିକାକରଣ କରାଯାଉଛି। ଏବେ ଦେଶବ୍ୟାପୀ ଟିକାକରଣ ଅଭିଯାନକୁ ଆହୁରି ଅଧିକ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ 18 ବର୍ଷରୁ ଅଧିକ ଆୟୁର ସମସ୍ତ ନାଗରିକମାନଙ୍କୁ ସରକାରୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ସମ୍ପୂର୍ଣ୍ଣ ଭାବେ ମାଗଣାରେ ଟିକା ଦିଆଯିବ।
ମାନନୀୟ ପ୍ରଧାନମନ୍ତ୍ରୀ ଏ ସଂକ୍ରାନ୍ତରେ ଘୋଷଣା କରିବାର ତୁରନ୍ତ ପରେ ଜାତୀୟ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ମାର୍ଗଦର୍ଶିକାରେ ଗତକାଲି ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ 25 କୋଟି ଡୋଜ୍ କୋଭିଶିଲ୍ଡ କିଣିବା ଲାଗି ସିରମ୍ ଇନଷ୍ଟିଚ୍ୟୁଟ୍ ଅଫ ଇଣ୍ଡିଆକୁ ଅର୍ଡର ଦିଆଯାଇଥିବା ବେଳେ 19 କୋଟି ଡୋଜ୍ କୋଭାକ୍ସିନ କ୍ରୟ ନିମନ୍ତେ ଭାରତ ବାୟୋଟେକକୁ ଅର୍ଡର ଦିଆଯାଇଛି। କୋଭିଡ-19 ଟିକାର ଏହି 44 କୋଟି (25+19) ଡୋଜ୍ ଆଜିଠାରୁ ଡିସେମ୍ବର 2021 ମଧ୍ୟରେ ଉପଲବ୍ଧ ହେବ। ଏହାବ୍ୟତୀତ ଦୁଇ କୋଭିଡ ଟିକା କ୍ରୟ ନିମନ୍ତେ ସିରମ୍ ଇନଷ୍ଟିଚ୍ୟୁଟ୍ ଅଫ ଇଣ୍ଡିଆ ଓ ଭାରତ ବାୟୋଟେକକୁ 30 ପ୍ରତିଶତ ଅଗ୍ରିମ ରାଶି ଜାରି କରାଯାଇଛି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO