
ବ୍ରହ୍ମପୁର: କରୋନାର ତୃତୀୟ ଲହରରେ ଶିଶୁମାନଙ୍କୁ ବେଶି ସଂକ୍ରମିତ ହେବା ଆଶଙ୍କା ନେଇ ବିଶେଷଜ୍ଞମାନେ କହୁଛନ୍ତି। ଏଣୁ କରୋନା ସଂକ୍ରମଣଠାରୁ ଶିଶୁଙ୍କୁ ସୁରକ୍ଷା ରଖିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାର ପ୍ରତ୍ୟେକ ଘରକୁ ଘର ବୁଲି ଶିଶୁମାନଙ୍କର କୋଭିଡ ଲକ୍ଷଣ ଯାଞ୍ଚ ବୁଧବାର ଛତ୍ରପୁର ବ୍ଲକ ଅନ୍ତର୍ଗତ କଣମଣା ଗ୍ରାମରେ ଉପଜିଲ୍ଲାପାଳ ଶ୍ରୀ ପ୍ରିୟ ରଞ୍ଜନ ପୃଷ୍ଟି, ତହସିଲଦାର ନୀଳ ମାଧବ ଭୋଇ, ବିଡ଼ିଓ ଅମ୍ବିକା ପ୍ରସାଦ ଦାଶଙ୍କ ଉପସ୍ଥିତିରେ ଡ଼ା. ଜ୍ଞାନେନ୍ଦ୍ର ପାତ୍ର, ବରୁଣ କୁମାର ପାଣିଗ୍ରାହୀ, ସିମାଞ୍ଚଳ ପ୍ରଧାନ, ସିଡିପିଓ କ୍ରିଷ୍ଣା କୁମାରୀ ନନ୍ଦଙ୍କ ସହ ଆଶା ଓ ଅଙ୍ଗନବାଡ଼ି କର୍ମୀମାନେ ଉପସ୍ଥିତ ରହି ସ୍ୱାସ୍ଥ୍ୟ ଆରମ୍ଭ ହୋଇଯାଇଛି । ଜିଲ୍ଲାରେ ଏହି ଯାଞ୍ଚ ପ୍ରକ୍ରିୟା ଆଗାମୀ ୩ ମାସ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ସୂଚନା ଦିଆଯାଇଛି। ଆଶାକର୍ମୀ, ଏ.ଏନ୍.ଏମ. ଏବଂ ଅଙ୍ଗନଓ୍ବାଡି କର୍ମୀଙ୍କୁ ଏଥିରେ ସାମିଲ କରାଯାଇଛି। କୋଭିଡ ଲକ୍ଷଣ, ଅକ୍ସିଜେନ ସ୍ତର ଯାଞ୍ଚ କାର୍ଯ୍ୟ, କୋଭିଡ ନିୟମ ଅନୁପାଳନ କରାଯାଇ ହେଉଛି ।
ଲକ୍ଷଣ ଯୁକ୍ତ ଶିଶୁମାନଙ୍କୁ ଅଧିକ ଯତ୍ନ ଏବଂ ସୁଷମ ଖାଦ୍ୟ ଦିଗରେ ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଛି । ଏହି ଅଭିଯାନ ପରିଚାଳନା ଦିଗରେ ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରେ କମିଶନର୍ ଏବଂ ବ୍ଲକ ସ୍ତରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀଗଣ ନୋଡାଲ ଅଧିକାରୀ ଭାବେ କାର୍ଯ୍ୟ ସମ୍ପାଦନ କରୁଛନ୍ତି । ସାମାନ୍ୟ ଲକ୍ଷଣଯୁକ୍ତ ଶିଶୁ ମାନଙ୍କର ତଣ୍ଟି ଦରଜ ହେବା, କାଶ ହେବା, ଶ୍ବାସକ୍ରିୟାରେ ଅସୁବିଧା ଥିଲେ ସେମାନଙ୍କ ଗୃହରେ ଏକାନ୍ତ ରଖି ଚିକିତ୍ସା କରାଯିବାକୁ ପରାମର୍ଶ ଦିଆଯାଇଛି । ଅଭିଭାବକ କିମ୍ବା ପିତାମାତାଗଣ ଡାକ୍ତରମାନଙ୍କ ସହିତ କିମ୍ବା ସମ୍ପୃୃକ୍ତ ଅଧିକାରୀମାନଙ୍କ ସହିତ ବରାବର ଯୋଗସୂତ୍ର ରକ୍ଷାକରି ଶିଶୁ ମାନଙ୍କର ଯତ୍ନ ସମ୍ପର୍କରେ ପରାମର୍ଶ ଅନୁଯାୟୀ ଯତ୍ନ ନେବେ । ଅବସ୍ଥା ଗୁରୁତର ହେଲେ ସମ୍ପୃକ୍ତ ଶିଶୁଙ୍କୁ ଚିକିତ୍ସାଳୟକୁ ନେଇ ଚିକିତ୍ସା ପାଇଁ ଜିଲାପାଳ ପରାମର୍ଶ ଦେଇଛନ୍ତି।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO