
ଭୁବନେଶ୍ୱର,ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୧୬୭ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ବରଗଡ଼, କଟକ, ଝାରସୁଗୁଡ଼ାରୁ ୪ ଜଣ ଲେଖାଏ, କଳାହାଣ୍ଡି, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼ରୁ ୩ ଜଣ ଲେଖାଏ, ବଲାଙ୍ଗିର, ବୌଦ୍ଧ, ମୟୂରଭଞ୍ଜରୁ ୨ ଜଣ ଲେଖାଏ, ଦେବଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୧୬୭ରେ ପହଂଚିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO