ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୬୦୯୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩୭୨୨୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୭୬୪୬୭୩ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୬୯୩୩୩ ରହିଛି । ଆଜି ଚିହ୍ନଟ ହୋଇଥିବା ୬୦୯୭ ଜଣଙ୍କ ମଧ୍ୟରୁ ୩୪୪୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୨୬୫୧ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୦୧୭ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୯୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୯୨ ଜଣ, ବରଗଡ଼ରୁ ୧୦୭ ଜଣ, ଭଦ୍ରକରୁ ୨୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୭୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୧୩୦ , କଟକରୁ ୬୪୭ ଜଣ, ଦେବଗଡ ଜିଲ୍ଲାରୁ ୨୮ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୮ ଜଣ, ଗଜପତି ଜିଲ୍ଲାରୁ ୪୮ , ଗଞ୍ଜାମରୁ ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୨୨୬ ଜଣ, ଯାଜପୁରରୁ ୪୩୪ ଜଣ, ଝାରସୁଗୁଡ଼ାରୁ ୪୨ ଜଣ, କଳାହାଣ୍ଡିରୁ ୭୭ ଜଣ, କନ୍ଧମାଳ ଜିଲ୍ଲାରୁ ୧୧୨ ଜଣ. କେନ୍ଦ୍ରାପଡ଼ାରୁ ୨୫୩ ଜଣ, କେନ୍ଦୁଝରରୁ ୧୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୧୦୧୭ ଜଣ, କୋରାପୁଟରୁ ୧୨୬ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୮୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୨୯୭ ଜଣ, ନବରଙ୍ଗପୁରରୁ ୧୪୬ ଜଣ, ନୟାଗଡ଼ରୁ ୧୨୦ ଜଣ, ନୂଆପଡ଼ାରୁ ୧୭ ଜଣ, ପୁରୀରୁ ୨୯୧ ଜଣ, ରାୟଗଡ଼ାରୁ ୧୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୦୧ ଜଣ, ସୋନପୁରରୁ ୬୪ ଜଣ, ସୁନ୍ଦରଗଡ଼ରୁ ୨୦୮ ଜଣ ଓ ଷ୍ଟେଟ୍ ପୁଲରୁ ୧୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।