ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୦,୯୮୯ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୦,୯୮୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୬୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୧,୮୬୪ ହାଇଛି ।
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୮,୭୬୬ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୮,୭୬୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୦୩,୯୯୫ ହୋଇଛି ।