
ଭଦ୍ରକ, ଭଦ୍ରକ ଜିଲ୍ଲାରେ ଗତ ୨୪ ଘଂଟା ମଧ୍ୟରେ ନୂଆ ୨୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା କରାଯାଉଛି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯,୩୧୮ କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ଭଦ୍ରକ ଜିଲ୍ଲାର ୧୨ ଜଣ ଜିଲ୍ଲା ବାହାରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ସେହିପରି ଗତକାଲି ସୁଦ୍ଧା ଜିଲ୍ଲାରେ ୨୭୦୩ ଜଣ ସକ୍ରିୟ ରୋଗୀ ରହିଛନ୍ତି । ଗତକାଲି ୧୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଜିଲ୍ଲାରେ ମୋଟ୍ ସୁସ୍ଥ ସଂଖ୍ୟା ୧୬, ୪୨୭ ରେ ପହଂଚିଛି । କରୋନାର ଦ୍ୱିତୀୟ ଲହରରେ ଅଦ୍ୟାବଧି ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୩୪ ରହିଛି ।