
କଟକ, ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଜି ଆଉ ଏକ ମାମଲାରେ ଜାମିନ୍ ପ୍ରଦାନ କରିଛନ୍ତି ହାଇକୋର୍ଟ । ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ମାମଲାରେ ତାଙ୍କୁ ସର୍ତମୂଳକ ଜାମିନ୍ ପ୍ରଦାନ କରିଛନ୍ତି ହାଇକୋର୍ଟ । ତଳ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ୨ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ତାଙ୍କ ଜାମିନ୍ ମଞ୍ଜୁର କରିଛନ୍ତି ହାଇକୋର୍ଟ ।