

କରୋନାରେ ଦେଶରେ ଗତ ୨୪ ଘଂଟାରେ ୯୧,୭୦୨ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୯୧,୭୦୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୩,୪୦୩ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୨,୭୪,୮୨୩ ପହଂଚିଛି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୧,୨୧,୬୭୧ ଥିବା ବେଳେ ବର୍ତମାନ ସୁଦ୍ଧା ୩,୬୩,୦୭୯ ଜଣ ମୃତ୍ୟୁ ବରଣ କରିଛନ୍ତି ।