
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୨୧୦ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧାଏହି ଜିଲ୍ଲାରୁ ଆଜି ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଅନୁଗୁଳ, ବରଗଡ଼, ସୁନ୍ଦରଗଡ଼ ଓ କଟକରୁ ୪ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି । ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାରୁ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ବାଲେଶ୍ୱର, ଗଞ୍ଜାମ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ରାୟଗଡ଼ା ଓ ପୁରୀରୁ ମଧ୍ୟ ୨ ଲେଖାଏଁ ମୃତ । ଢେଙ୍କାନାଳ, କନ୍ଧମାଳ, ନୟାଗଡ଼ ଓ ସମ୍ବଲପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ।