
ଭୁବନେଶ୍ୱର, ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ବିଶେଷ ଭାବରେ ଜୈବିକ ଚାଷ ମାଧ୍ୟମରେ ତାଙ୍କ ଦ୍ୱାରା ଅଣାଯାଇଥିବା ପରିବର୍ତନ ତଥା ପରିବେଶ ସୁରକ୍ଷା ପାଇଁ ତାଙ୍କର ପ୍ରତିବଦ୍ଧତା ସବୁ ଦିନ ପାଇଁ ସ୍ମରଣୀୟ ହୋଇ ରହିବ । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରୁଛି ।