-
କେବଳ ଜୁନ ମାସର ୧୨ ଦିନରେ ୪,୩୪୩ ଜଣ କୋଭିଡ଼-୧୯ ଭୁତାଣୁ ସଂକ୍ରମିତ

ବାରିପଦା,ଜୁନ ୧୨ ଓଡ଼ିଶାରୁ ଚିହ୍ନଟ ହୋଇଥିବା ୪,୮୫୨ କରୋନା ପଜିଟିଭ କେଶ ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଏବଂ ଜିଲ୍ଲାରେ ସଂକ୍ରମିତମାନଙ୍କ ସଂଖ୍ୟା ବୃଦ୍ଧି ପାଇ ୩୨,୪୬୩ରେ ପହଁଞ୍ଚିଛି । ସେହିପରି ଜୁନ ୧ ପର୍ଯ୍ୟନ୍ତ ଜିଲ୍ଲାରୁ ୮୯.୫୩ ପ୍ରତିଶତ ହାରରେ ୨୯,୦୬୫ ଜଣ ସୁସ୍ଥ ହୋଇ ଫେରିଥିବା ସମୟରେ ଆଜି ସୁଦ୍ଧା ୧୦.୧୩ ପ୍ରତିଶତ ହାରରେ ୩,୨୮୮ ଜଣ ସକ୍ରିୟ ଥାଇ ବାଙ୍କିଶୋଳ କୋଭିଡ଼ ହସପିଟାଲ, ପିଆରଏମ ମେଡ଼ିକାଲ ସ୍ଥିତ ସ୍ୱତନ୍ତ୍ର ୱାର୍ଡ଼, କୋଭିଡ଼ କେୟାର ସେଣ୍ଟର ଓ କଟକ-ଭୂବନେଶ୍ୱର ଆଦିରେ ଚିକିତ୍ସା ହେଉଛନ୍ତି ଏବଂ ଜିଲ୍ଲାରେ ୦.୩୩ ପ୍ରତିଶତ ହାରରେ ମୋଟ ୧୦୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ କେବଳ ଜୁନ ମାସର ୧୨ ଦିନରେ ଜିଲ୍ଲାରୁ ୪,୩୪୪ ଜଣ କୋଭିଡ଼-୧୯ ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ବେଳେ ଆଜି ପୂର୍ବାହ୍ନ ସୁଦ୍ଧା ୪,୩୭୧ ଜଣ ସୁସ୍ଥ ହୋଇ ଫେରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO