
ଗଞ୍ଜାମ, ଗଞ୍ଜାମ ଜିଲ୍ଲାରେ ଗତ ୨୪ ଘଂଟା ମଧ୍ୟରେ ନୂଆ ୪୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି । ଗତକାଲି ଜିଲ୍ଲାରେ ୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲ୍ଲା ପ୍ରଶାସନ ସୂତ୍ରରୁ ଜଣାପଡିଛି । ସେହିପରି କରୋନାରେ ଆଉ ତିନି ଜଣଙ୍କ ମୃତ୍ୟୁ ଘଟିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ମାନେ ସମସ୍ତେ ପୁରୁଷ । ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୪୫ କୁ ବୃଦ୍ଧି ପାଇଛି । ଏଥି ସହ ଜିଲ୍ଲାରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୩ ରେ ପହଂଚିଛି ।