
ଗଞ୍ଜାମ, ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟର ପ୍ରଭାବରେ ୧୧ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ପାଗ ମୁଖ୍ୟତଃ ମେଘୁଆ ରହିବ । ଏପରିକି ପବନର ବେଗ ଘଂଟା ପ୍ରତି ୩୦ ରୁ ୪୦ କିମି ପର୍ଯ୍ୟନ୍ତ ରହିବ ବୋଲି ଆଂଚଳିକ ପାଣିପାଗ ବିଭାଗ ଆକଳନ କରିଛି । ସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରୀ କରାଯାଇଛି । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ବର୍ଷା ଲାଗି ରହିବା ସହ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜିବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।