ଚଳିତ ବର୍ଷ ଏହି ସମ୍ମିଳନୀର ଶୀର୍ଷକ “ପୁଣି ଥରେ ଉତମ ନିର୍ମାଣ କରିବା” ବୋଲି ରଖାଯାଇଛି ଏବଂ ବ୍ରିଟେନ୍ ଅଧ୍ୟକ୍ଷ ରାଷ୍ଟ୍ର ଭାବେ ଏଥିପାଇଁ ଚାରିଟି ପ୍ରମୁଖ କ୍ଷେତ୍ରକୁ ଚୟନ କରିଛି । ସେଗୁଡ଼ିକ ହେଲା, କରୋନା ମହାମାରୀ ପରବର୍ତ୍ତୀ ସମୟରେ ବୈଶ୍ୱିକ ରିକଭରୀ ପାଇଁ ଗୁରୁତ୍ୱ ପ୍ରଦାନ କରିବା ଯଦ୍ୟପି ଭବିଷ୍ୟତର ଯେକୌଣସି ମହାମାରୀ ନିମନ୍ତେ ସହନଶୀଳ ପନ୍ଥା ଅନୁସରଣ କରିବା; ମୁକ୍ତ ଓ ଉତ୍ତମ ବାଣିଜ୍ୟ କାରବାର ପନ୍ଥା ଆପଣାଇବା ସହିତ ଭବିଷ୍ୟତର ଆର୍ôଥକ ସମୃଦ୍ଧି ନିମନ୍ତେ ପ୍ରୟାସ କରିବା; ଜଳବାୟୁ ପରିବର୍ତନ ଏବଂ ବିଶ୍ୱର ଜୈବବିବିଧତାର ସଂରକ୍ଷଣ; ଏବଂ ସହଭାଗୀ ମୂଲ୍ୟବୋଧ ଓ ମୁକ୍ତ ସମାଜ ଗଠନ ନିମନ୍ତେ ଗୁରୁତ୍ୱର ସହ କାର୍ଯ୍ୟ କରିବା । ଏହି ସମ୍ମିଳନୀରେ ଭାଗ ନେଉଥିବା ନେତୃବର୍ଗ ଏହିସବୁ ପ୍ରସଙ୍ଗ ଉପରେ ସେମାନଙ୍କର ମତ ବିନିମୟ କରିବା ସହିତ ମହାମାରୀ ପରେ ବୈଶ୍ୱିକ ରିକଭରୀ ପାଇଁ ଭବିଷ୍ୟତ କାର୍ଯ୍ୟପନ୍ଥା ନିରୂପଣ କରିବା ତଥା ସ୍ୱାସ୍ଥ୍ୟ ଓ ଜଳବାୟୁ ପରିବର୍ତନ ପ୍ରସଙ୍ଗ ଉପରେ ଅଧିକ ଗୁରୁତ୍ୱର ସହ ଆଲୋଚନା କରିବାର ଆଶା କରାଯାଏ ।
ଚଳିତ ଥରକୁ ମିଶାଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ୱିତୀୟ ଥର ପାଇଁ ଜି-୭ ବୈଠକରେ ଯୋଗ ଦେଉଛନ୍ତି । ଫ୍ରାନ୍ସର ଅଧ୍ୟକ୍ଷତା ସମୟରେ ୨୦୧୯ ମସିହାରେ ଭାରତକୁ ବେଆରିଜ୍ ଶିଖର ସମ୍ମିଳନୀକୁ “ଗୁଡୱିଲ୍ ପାର୍ଟନର” ଭାବେ ଆମନ୍ତ୍ରଣ କରାଯାଇଥିଲା ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ସେହି ବୈଠକରେ “ଜଳବାୟୁ, ଜୈବବିବିଧତା ଓ ମହାସାଗର” ଏବଂ “ ଡିଜିଟାଲ ପରିବର୍ତନ” ଅଧିବେଶନରେ ଅଂଶଗ୍ରହଣ କରିଥିଲେ ।