
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୩୦୨ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକରୁ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ସେହିଭଳି ଅନୁଗୁଳ, ଭଦ୍ରକ ଓ ଢେଙ୍କାନାଳ, ଜଗତସିଂହପୁର, ସୁନ୍ଦରଗଡ଼ ଓ ପୁରୀରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣା ପଡିଛି । ସେହିପରି ବାଲେଶ୍ୱର, ବରଗଡ଼ ଓ ଯାଜପୁର ଓ କେନ୍ଦ୍ରାପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ବରଣ କରିଛନ୍ତି । ସେହିଭଳି ଗଜପତି, ଝାରସୁଗୁଡ଼ା, କଳାହାଣ୍ଡି, ନୟାଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏଁ ମୃତ୍ୟୁ ହୋଇଥିବା ବେଳେ ରାଜ୍ୟରେ ଏବେ ସୁଦ୍ଧା ମୋଟ ମୃତକଙ୍କ ସଂଖ୍ୟା ୩ ହଜାର ୩୦୨କୁ ବୃଦ୍ଧି ପାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO