

ଆସାମରେ କରୋନାର ୩୪୬୩ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୩୪୬୩ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୪୩,୨୯୮ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଝାରଖଣ୍ଡରେ କରୋନାର ୨୩୯ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୨୩୯ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫,୦୮୨ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୦,୬୯୭ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୧୦,୬୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୬୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୦,୬୯୩ ହାଇଛି ।