ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୩୪୬ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧକ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକରୁ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବାଲେଶ୍ୱର, ବରଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼ରୁ ମଧ୍ୟ ୩ ଜଣ ଲେଖାଏଁ ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି ।ସେହିପରି ଅନୁଗୁଳ, କଳାହାଣ୍ଡି, ନୟାଗଡ଼ରୁ ୨ ଜଣ ଲେଖାଏଁ ମୃତ୍ୟ ବରଣ କରିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ବଲାଙ୍ଗିର, ଢେଙ୍କାନାଳ, ଗଂଜାମ, ଭଦ୍ରକ, ଝାରସୁଗୁଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।