
ଭୁବନେଶ୍ୱର, ମୌସୁମୀ ପ୍ରଭାବରେ ରାଜ୍ୟର କିଛି ଅଂଚଳରେ ବର୍ଷା ଜାରି ରହିଛି । ଆସନ୍ତା ୨୪ଘଂଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାଗୁଡ଼ିକୁୁ ପ୍ରବଳ ବର୍ଷା ପାଇଁ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଆସନ୍ତା ଜୁନ ୧୬ରୁ ୧୭ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୭ରୁ ୧୮ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର , କଟକ, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏତଦ ବ୍ୟତୀତ ଜୁନ ୧୮ରୁ ୧୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO