-
ଟିକାକରଣ ପାଇଁ ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଂଚଳମାନଙ୍କ ପାଖରେ ଉପଲବ୍ଧ ଅଛି ୧.୪୦ କୋଟିରୁ ଅଧିକ ଡୋଜ

ନୂଆଦିଲ୍ଲୀ, ଦେଶବ୍ୟାପୀ ଟିକାକରଣ ଅଭିଯାନର ଏକ ଅଂଶସ୍ୱରୂପ ଭାରତ ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳଗୁଡିକୁ ସହାୟତା ରୂପେ ମାଗଣାରେ କୋଭିଡ ଟିକା ଯୋଗାଇ ଦେଉଛନ୍ତି । ଏଥିସହ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳଗୁଡିକ ଯେପରି ସିଧାସଳଖ ଟିକା କ୍ରୟ କରିପାରିବେ ସେନେଇ ମଧ୍ୟ ଭାରତ ସରକାର ସୁବିଧା କରାଇଛନ୍ତି । ଟିକାକରଣ, ପରୀକ୍ଷଣ, ଚିହ୍ନଟ, ଚିକିତ୍ସା ଓ କୋଭିଡ ନିୟମାବଳୀ ପାଳନ ମହାମାରୀ ନିୟନ୍ତ୍ରଣ ଓ ପରିଚାଳନା ପାଇଁ ଭାରତ ସରକାରଙ୍କ ବିସ୍ତୃତ ରଣନୀତିର ଅଂଶବିଶେଷ ।କୋଭିଡ-୧୯ ଟିକାକରଣର ଉଦାର ଓ ତ୍ୱରିତ ପର୍ଯ୍ୟାୟ-୩ ମେ ୦୧, ୨୦୨୧ରୁ ଆରମ୍ଭ ହୋଇଛି ।ଏହି ରଣନୀତି ଅନୁଯାୟୀ, ଭାରତ ସରକାର ପ୍ରତ୍ୟେକ ମାସରେ କେନ୍ଦ୍ରୀୟ ଔଷଧ ଗବେଷଣାଗାର (ସିଡିଏଲ) ମଞ୍ଜୁରୀ ପ୍ରାପ୍ତ ଯେକୌଣସି ନିର୍ମାତାଙ୍କ ଦ୍ୱାରା ପ୍ରସ୍ତୁତ ଟିକାର ୫୦% କ୍ରୟ କରିବେ । ଭାରତ ସରକାର ପୂର୍ବଭଳି ଏହି ଟିକାର ଡୋଜ ଗୁଡ଼ିକୁ ବିନା ମୂଲ୍ୟରେ ରାଜ୍ୟ ସରକାରମାନଙ୍କୁ ଯୋଗାଇ ଦେବେ ।ବର୍ତ୍ତମାନ ସୁଦ୍ଧା ଭାରତ ସରକାର ରାଜ୍ୟ/କେନ୍ଦ୍ରଶାସିତ ଅଂଚଳଗୁଡିକୁ ଉଭୟ ବିନା ମୂଲ୍ୟରେ ଏବଂ ରାଜ୍ୟମାନଙ୍କ ଦ୍ୱାରା ପ୍ରତ୍ୟକ୍ଷ କ୍ରୟ ପ୍ରକ୍ରିୟାରେ ୨୬.୬୮ କୋଟି ଡୋଜରୁ ଅଧିକ (୨୬,୬୮,୩୬,୬୨୦) ଟିକା ଉପଲବ୍ଧ କରାଇଛନ୍ତି ।ଏଥିମଧ୍ୟରୁ ନଷ୍ଟ ହୋଇଥିବା ଡୋଜକୁ ମିଶାଇ ମୋଟ ୨୫,୨୭,୬୬,୩୯୬ ଡୋଜ ଟିକା (ଆଜି ସକାଳ ୮ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁଯାୟୀ) ବିନିଯୋଗ ହୋଇଛି ।ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଂଚଳମାନଙ୍କ ନିକଟରେ ୧.୪୦ କୋଟି (୧,୪୦,୭୦,୨୨୪) ଡୋଜରୁ ଅଧିକ କୋଭିଡ ଟିକା ବିନିଯୋଗ ହେବା ପାଇଁ ଉପଲବ୍ଧ ରହିଛି ।ଏହା ବ୍ୟତୀତ, ବର୍ତ୍ତମାନ ୯୬,୪୯୦ରୁ ଅଧିକ ଡୋଜ ଟିକା ପାଇପଲାଇନରେ ଅଛି ଏବଂ ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟ/କେନ୍ଦ୍ରଶାସିତ ଅଂଚଳଗୁଡିକ ଏହାକୁ ଗ୍ରହଣ କରିବେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO