
ଭଦ୍ରକ,ଭଦ୍ରକ ଜିଲ୍ଲାରେ ଗତ ୨୪ ଘଂଟା ମଧ୍ୟରେ ନୂଆ ୧୮୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା କରାଯାଉଛି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦,୨୭୭ କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନ୍ୟ ଜିଲ୍ଲାରୁ ବାଲେଶ୍ୱର ଜିଲ୍ଲାର ଖଇରା ବ୍ଲକରୁ ଜଣେ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକାରୁ ଜଣେ ଆକ୍ରାନ୍ତ ରହିଛନ୍ତି । ଭଦ୍ରକ ଜିଲ୍ଲାର ବିଭିନ୍ନ ଅଂଚଳର ୨୦ ଜଣ ଜିଲ୍ଲା ବାହାରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ସୁଦ୍ଧା ଜିଲ୍ଲାରେ ୨୫୯୮ ଜଣ ସକ୍ରିୟ ରୋଗୀ ରହିଛନ୍ତି । ଗତକାଲି ୨୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାର ଦ୍ୱିତୀୟ ଲହରରେ ଅଦ୍ୟାବଧି ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୪୧ ରହିଛି ।