
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୫୩୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୬୩୦୬୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୧୧୭୮୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୪୭୭୯୬ ରହିଛି । ଆଜି ଚିହ୍ନଟ ହୋଇଥିବା ୩୫୩୫ ଜଣଙ୍କ ମଧ୍ୟରୁ ୨୦୧୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୫୧୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୫୩୩ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୯୬ ଜଣ, ବରଗଡ଼ରୁ ୮୬ ଜଣ, ଭଦ୍ରକରୁ ୧୮୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୫୨, କଟକରୁ ୩୨୦ ଜଣ, ଦେବଗଡ ଜିଲ୍ଲାରୁ ୨୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୬ ଜଣ, ଗଜପତି ଜିଲ୍ଲାରୁ ୨୭ , ଗଞ୍ଜାମରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୯୦ ଜଣ, ଯାଜପୁରରୁ ୩୪୮ ଜଣ, ଝାରସୁଗୁଡ଼ାରୁ ୧୨ ଜଣ, କଳାହାଣ୍ଡିରୁ ୩୫ ଜଣ, କନ୍ଧମାଳ ଜିଲ୍ଲାରୁ ୫୬ ଜଣ. କେନ୍ଦ୍ରାପଡ଼ାରୁ ୧୦୪ ଜଣ, କେନ୍ଦୁଝରରୁ ୯୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୫୩୩ ଜଣ, କୋରାପୁଟରୁ ୫୬ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୬୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୫୩ ଜଣ, ନବରଙ୍ଗପୁରରୁ ୮୫ ଜଣ, ନୟାଗଡ଼ରୁ ୯୫ ଜଣ, ନୂଆପଡ଼ାରୁ ୧୫ ଜଣ, ପୁରୀରୁ ୧୮୭ ଜଣ, ରାୟଗଡ଼ାରୁ ୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୯ ଜଣ, ସୋନପୁରରୁ ୩୯ ଜଣ, ସୁନ୍ଦରଗଡ଼ରୁ ୭୬ ଜଣ ଓ ଷ୍ଟେଟ୍ ପୁଲରୁ ୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO