ଗଞ୍ଜାମ, ଗଞ୍ଜାମ ଜିଲ୍ଲାରେ ଗତ ୨୪ ଘଂଟା ମଧ୍ୟରେ ନୂଆ ୨୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି । ଗତକାଲି ଜିଲ୍ଲାରେ ୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲ୍ଲା ପ୍ରଶାସନ ସୂତ୍ରରୁ ଜଣାପଡିଛି ।
ସେହିପରି ଆଉ ୩ ଆକ୍ରାନ୍ତଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ନେଇ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ମାନଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି । ମୃତକ ଦୁଇ ପୁରୁଷଙ୍କ ମଧ୍ୟରୁ ଜଣକର ବୟସ ୫୬ ଓ ଅନ୍ୟ ଜଣକର ୩୦ । ଏବଂ ମହିଳା ଜଣକର ବୟସ ୫୪ ବର୍ଷ ବୋଲି ଜଣାପଡିଛି । ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୫୫ କୁ ବୃଦ୍ଧି ପାଇଛି । ଏଥି ସହ ଜିଲ୍ଲାରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୩ ରେ ପହଂଚିଛି ।