ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୩୯ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୪୭୧ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ସୁନ୍ଦରଗଡ଼, ପୁରୀ, ଝାରସୁଗୁଡ଼ା ଓ କଟକ ଜିଲ୍ଲାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଅନ୍ୟପକ୍ଷରେ ଗଞ୍ଜାମ, ଜଗତସିଂହପୁର ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଅପର ପକ୍ଷରେ ବୌଦ୍ଧ ଓ ସୁବର୍ଣ୍ଣପୁରରୁ ୨ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ବରଗଡ଼, ଢେଙ୍କାନାଳ, ନବରଂଗପୁର, ନୂଆପଡ଼ା ଜିଲ୍ଲାରେ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।