
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୩୭ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୫୦୮ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ସେହିପରି ଆଜି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହି ଜିଲ୍ଲାରୁ ୫ ଜଣ ଆକ୍ରାନ୍ତ ଆଖି ବୁଜିଥିବାବେଳେ କଟକ, ଝାରସୁଗୁଡ଼ା, କଳାହାଣ୍ଡିରୁ ୪ ଲେଖାଏଁ, ବରଗଡ଼, ପୁରୀ, ସୁନ୍ଦରଗଡ଼ରୁ ୩ ଲେଖାଏଁ, ବଲାଙ୍ଗିର, ଦେବଗଡ଼, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ୨ ଲେଖାଏଁ ଏବଂ ଗଜପତି, ମୟୂରଭଂଜ, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO