
ଭୁବନେଶ୍ୱର, ଭୁବନେଶ୍ୱରର ଐତିହ୍ୟ ପାଲଟିଥିବା ମାଷ୍ଟରକ୍ୟାଂଟିନ ଛକ ଘୋଡାକୁ ରାଜଭବନ ଆଗକୁ ସ୍ଥାନାନ୍ତର ନିଷ୍ପତି ପ୍ରତିବାଦରେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ନିଜ ସମର୍ଥକଙ୍କ ସହ ଘୋଡାମୂର୍ତି ତଳେ ଧାରଣା ଦେଇଛନ୍ତି । ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ମାଷ୍ଟରକ୍ୟାଂଟିନ ଛକସ୍ଥିତ ଘୋଡ଼ା ମୂର୍ତ୍ତି ନିକଟରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ କହିଛନ୍ତି ଯେ, ଏହି ଯୋଦ୍ଧା ଘୋଡ଼ା ଓଡ଼ିଶାର ସ୍ୱର୍ଣ୍ଣିମ ଇତିହାସ, ବୀରପୁରୁଷ ଓ ସ୍ୱାଧୀନତା ସଂଗ୍ରାମୀମାନଙ୍କର ବୀରତ୍ୱ ଗାଥାର ଏକ ପ୍ରସ୍ତର ପ୍ରଦର୍ଶନ ।ଉଲ୍ଲେଖନୀୟ ଯେ ଗତକାଲି ଉଭୟ କଂଗ୍ରେସ ଓ ବିଜେପି ଏହାକୁ ବିରୋଧ କରିଥିଲେ । ସରକାର ଘୋଡ଼ା ସ୍ଥାନାନ୍ତର ନିଷ୍ପତ୍ତିରୁ ନ ଓହରିଲେ ଆଗକୁ ଜୋରଦାର୍ ଆନ୍ଦୋଳନ ହେବ ବୋଲି ବିରୋଧୀଦଳଗୁଡ଼ିକ ଚେତାବନୀ ଦେଇଛନ୍ତି ।