
ଭୁବନେଶ୍ୱର, କରୋନାରେ ବରିଷ୍ଠ ଓଡ଼ିଆ ଆଇଏଏସ ଡ. ଗୁରୁପ୍ରସାଦ ମହାପାତ୍ରଙ୍କ ପରଲୋକ ହୋଇଛି । ୧୯୮୬ ଗୁଜୁରାଟ କ୍ୟାଡର ଆଇଏଏସ ଶ୍ରୀ ମହାପାତ୍ର ବାଣିଜ୍ୟ ମନ୍ତ୍ରାଳୟ ଅଧିନସ୍ଥ ଡିପିଆଇଆଇଟିର ସଚିବ ଭାବେ କାର୍ୟ୍ୟରତ ଥିଲେ । ତାଙ୍କର ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପିୟୁଷ ଗୋୟଲ ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି ।
ଟ୍ୱିଟ କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି ଯେ଼ ସ୍ୱର୍ଗତଃ ମହାପାତ୍ର ତାଙ୍କ ସହ ଉଭୟ ଗୁଜୁରାଟ ଓ କେନ୍ଦ୍ରରେ କାର୍ୟ୍ୟ କରିଥିଲେ । ନିଜର ପ୍ରଶାସନିକ ଦକ୍ଷତା ଓ ବିଭିନ୍ନ ସମସ୍ୟାର ଅଭିନବ ସମାଧାନ ପାଇଁ ସେ ପରିଚିତ ଥିଲେ ।ସେହିପରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି ଯେ ତାଙ୍କର କର୍ମଭୂମି ଗୁଜୁରାଟ ଥିଲେ ମଧ୍ୟ ଓଡ଼ିଶା ଜଣେ ପ୍ରକୃତ ଯୋଦ୍ଧାଙ୍କୁ ହରାଇଲା