
ଗଞ୍ଜାମ, ଗଞ୍ଜାମ ଜିଲ୍ଲାରେ ଗତ ୨୪ ଘଂଟା ମଧ୍ୟରେ ନୂଆ ୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି । ଗତକାଲି ଜିଲ୍ଲାରେ ୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲ୍ଲା ପ୍ରଶାସନ ସୂତ୍ରରୁ ଜଣାପଡିଛି ।
ସେହିପରି କରୋନାର ଦ୍ୱିତୀୟ ଲହରରେ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୫୫ ରହିଛି । ଏଥି ସହ ଜିଲ୍ଲାରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୩ ରହିଛି ।