
ଭଦ୍ରକ, ଭଦ୍ରକ ଜିଲ୍ଲାରେ ଗତ ୨୪ ଘଂଟା ମଧ୍ୟରେ ନୂଆ ୧୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା କରାଯାଉଛି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦,୭୫୨କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ଏହି ଆକ୍ରାନ୍ତ ମାନଙ୍କ ମଧ୍ୟରେ ଭଦ୍ରକ ଜିଲ୍ଲାର ୧୧ ଜଣ ଜିଲ୍ଲା ବାହାରେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ଗତ ୨୪ ଘଂଟା ମଧ୍ୟରେ ଜିଲ୍ଲାରେ ସକ୍ରିୟ ରୋଗୀ ସଂଖ୍ୟା ୧୯୫୧ ରହିଛି । ଗତକାଲି ୨୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗତକାଲି ସୁଦ୍ଧା ଜିଲ୍ଲାରେ ମୋଟ୍ ୪ ଲକ୍ଷ ୪୦ ହଜାର ୪୪୫ ଜଣଙ୍କ ନମୂନା ପରୀକ୍ଷା ପରେ ମୋଟ୍ ୨୦,୬୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁସ୍ଥ ହୋଇଛନ୍ତି ମୋଟ୍ ୧୮ ହଜାର ୪୪୮ । ଏବେ ଆଉ ୨୦୮୪ ଜଣ ସକ୍ରିୟ ଆକ୍ରାନ୍ତ ରହିଥିବା ନେଇ ସୂଚନା ମିଳିଛି । କରୋନାର ଦ୍ୱିତୀୟ ଲହରରେ ଅଦ୍ୟାବଧି ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୪୧ ରହିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO