
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୦ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୫୯୦ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ କଟକ ଓ ବରଗଡ଼ ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେହିପରି କୋରାପୁଟ, ମୟୁରଭଞ୍ଜ ଓ ରାୟଗଡ଼ାରୁ ୪ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ଅନ୍ୟପକ୍ଷରେ ଗଞ୍ଜାମ ଓ ଝାରସୁଗୁଡ଼ାଓ ଖୋର୍ଧା ରୁ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ବଲାଙ୍ଗୀର, ପୁରୀ ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ପ୍ରାଣ ହରାଇ ଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଅନୁଗୁଳ, ମାଲକାନଗିରି ଓ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।