
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୦୩୧ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୮୦୫୩୩ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୪୦୨୧୪ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୩୬୬୩୩ ରହିଛି । ଆଜି ଚିହ୍ନଟ ହୋଇଥିବା ୩୦୩୧ ଜଣଙ୍କ ମଧ୍ୟରୁ ୧୭୩୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୨୯୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୩୮୧ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୯୦ ଜଣ, ବରଗଡ଼ରୁ ୩୯ ଜଣ, ଭଦ୍ରକରୁ ୧୩୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୪୦, କଟକରୁ ୨୯୫ ଜଣ, ଦେବଗଡ ଜିଲ୍ଲାରୁ ୧୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୦ ଜଣ, ଗଜପତି ଜିଲ୍ଲାରୁ ୨୫ , ଗଞ୍ଜାମରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୦୭ ଜଣ, ଯାଜପୁରରୁ ୨୨୬ ଜଣ, ଝାରସୁଗୁଡ଼ାରୁ ୧୭ ଜଣ, କଳାହାଣ୍ଡିରୁ ୩୯ ଜଣ, କନ୍ଧମାଳ ଜିଲ୍ଲାରୁ ୩୮ ଜଣ. କେନ୍ଦ୍ରାପଡ଼ାରୁ ୧୧୮ ଜଣ, କେନ୍ଦୁଝରରୁ ୬୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୩୮୧ ଜଣ, କୋରାପୁଟରୁ ୬୮ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୬୭ ଜଣ, ନବରଙ୍ଗପୁରରୁ ୬୩ ଜଣ, ନୟାଗଡ଼ରୁ ୧୪୦ ଜଣ, ନୂଆପଡ଼ାରୁ ୨୦ ଜଣ, ପୁରୀରୁ ୧୮୦ ଜଣ, ରାୟଗଡ଼ାରୁ ୪୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୦ ଜଣ, ସୋନପୁରରୁ ୨୨ ଜଣ, ସୁନ୍ଦରଗଡ଼ରୁ ୮୦ ଜଣ ଓ ଷ୍ଟେଟ୍ ପୁଲରୁ ୭୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।