- 
  ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା   ୮୮୩୪୯୦

ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୯୫୭ ଜଣ ନୂଆ  କରୋନା  ଆକ୍ରାନ୍ତ ଚିହ୍ନଟ ହେବା ପରେ  ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା  ୮୮୩୪୯୦   କୁ ବୃଦ୍ଧି ପାଇଛି ।  ସୂଚନା ଓ ଲୋକ ସମ୍ପର୍କ  ବିଭାଗ ପକ୍ଷରୁ ଟ୍ୱିଟ କରି  ସୂଚନା ଦିଆ  ଯାଇଛି ।  ରାଜ୍ୟରେ ବର୍ତମାନ ସୁଦ୍ଧା  ୮୪୪୮୦୧   ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ   ସକ୍ରିୟ ୩୪୯୬୫  ରହିଛି । ଆଜି ଚିହ୍ନଟ ହୋଇଥିବା ୨୯୫୭   ଜଣଙ୍କ ମଧ୍ୟରୁ  ୧୬୯୮   ଜଣ ସଂଗରୋଧରୁ ହୋଇଥିବା ବେଳେ ୧୨୫୯ ଜଣ ସ୍ଥାନୀୟ ଲୋକ ବୋଲି  ସୂଚନା  ଓ ଲୋକ ସମ୍ପର୍କ  ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି  ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।