ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨୯୫୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୮୩୪୯୦ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୪୪୮୦୧ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୩୪୯୬୫ ରହିଛି । ଆଜି ଚିହ୍ନଟ ହୋଇଥିବା ୨୯୫୭ ଜଣଙ୍କ ମଧ୍ୟରୁ ୧୬୯୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୨୫୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୪୦୮ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୪୭ ଜଣ, ବରଗଡ଼ରୁ ୪୧ ଜଣ, ଭଦ୍ରକରୁ ୧୯୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୩୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୪୭, କଟକରୁ ୨୭୨ ଜଣ, ଦେବଗଡ ଜିଲ୍ଲାରୁ ୧୦ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୨ ଜଣ, ଗଜପତି ଜିଲ୍ଲାରୁ ୨୪ , ଗଞ୍ଜାମରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୦୩ ଜଣ, ଯାଜପୁରରୁ ୨୬୦ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୩୮ ଜଣ, କନ୍ଧମାଳ ଜିଲ୍ଲାରୁ ୫୧ ଜଣ. କେନ୍ଦ୍ରାପଡ଼ାରୁ ୧୧୬ ଜଣ, କେନ୍ଦୁଝରରୁ ୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୪୦୮ ଜଣ, କୋରାପୁଟରୁ ୬୦ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୩୫ ଜଣ, ନବରଙ୍ଗପୁରରୁ ୪୫ ଜଣ, ନୟାଗଡ଼ରୁ ୧୧୨ ଜଣ, ନୂଆପଡ଼ାରୁ ୧୦ ଜଣ, ପୁରୀରୁ ୨୧୯ ଜଣ, ରାୟଗଡ଼ାରୁ ୬୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୮ଜଣ, ସୋନପୁରରୁ ୨୫ ଜଣ, ସୁନ୍ଦରଗଡ଼ରୁ ୫୮ ଜଣ ଓ ଷ୍ଟେଟ୍ ପୁଲରୁ ୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।